ପୁରୀ : ପୁରୀ କାର୍ଯ୍ୟକାରିଣୀରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବକ୍ତବ୍ୟ । ଓଡିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡିଶାବାସୀଙ୍କୁ ପ୍ରଣାମ । ଅକ୍ଲାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ । ଓଡିଶାକୁ ବିକାଶ ପଥରେ ନେବାର କୈାଣସି ସୁଯୋଗ ଛାଡିବନି ବିଜେପି । ଲୋକସଭା ସିଟ୍ ଡୂଲ କରିବାକୁ କହିଥିଲି, ଆପଣ ମାନେ ୨୦ ସିଟ ଦେଲେ । ଲୋକସଭା ପାଇଁ ୪୫ ପ୍ରତିଶତ ଭୋଟ ଦେଲେ , ଆପଣମାନଙ୍କୁ କୃତଜ୍ଞତା । ବିଧାନସଭାରେ ୪୦.୭ ପ୍ରତିଶତ ଭୋଟ ସହ ସରକାର ଗଠନ ସୁଯୋଗ ଦେଲେ । ଆଜି ଦେଶରେ ୧୮ଟି ରାଜ୍ୟରେ ଏନଡିଏ , ୧୩ ରାଜ୍ୟରେ ବିଜେପି ସରକାର । ରୀରେ ଆୟୋଜିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକର ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ବୈଠକକୁ ସମ୍ୱୋଧନ କରି ନଡ୍ଡା କହିଛନ୍ତି, ସଂକଳ୍ପପତ୍ରରେ ଯାହା ଅଛି ଗୋଟି ଗୋଟି ସବୁ ପୂରଣ କରାଯିବ। ଓଡିଶାରେ ସେବା କରିବାକୁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜେପି ନଡ୍ଡା। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମଫୁଟାଇ ଥିବାରୁ କର୍ମୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ବିଜେପି କାର୍ୟ୍ୟକାରିଣୀ ବୈଠକ ୨୦ ତାରିଖ ସନ୍ଧ୍ୟା ପର୍ୟ୍ୟନ୍ତ ଚାଲିବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ। ବୈଠକରେ ରାଜନୈତିକ ପରିସ୍ଥିତି, ସାମ୍ପ୍ରତିକ ସରକାରର ଜନ କଲ୍ୟାଣ କାର୍ୟ୍ୟକ୍ରମ ବିଷୟରେ ଚର୍ଚ୍ଚା ହେବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।
ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା, ବିଜେପିର ୨୦୨୯ ପାଇଁ ପ୍ରସ୍ତୁତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











