ଭୁବନେଶ୍ୱର : ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ । ଆୟୁଷ୍ମାନ ଭାରତ ଓ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ । କଟକରେ ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ପ୍ରାୟ ସାଢେ ୩ କୋଟି ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା ସୁବିଧା । ଦେଶର ୨୯ ହଜାରରୁ ଉଦ୍ଧ୍ୱର୍ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା । ଏହି କାର୍ଡଗୁଡ଼ିକ ଆଗାମୀ ୩ ମାସ ମଧ୍ୟରେ ସମସ୍ତଙ୍କର ପାଖରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। କଟକ ବାଲିଯାତ୍ରା ତଳପଡ଼ିଆରେ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ୬ ବର୍ଷ ଆଗରୁ ଲାଗୁ ହେବାର ଥିଲା। କିନ୍ତୁ ତତ୍କାଳୀନ ସରକାର ଏହାକୁ ଲାଗୁ କରିନଥିଲେ। ରାଜ୍ୟରେ ନୂଆ ସରକାର ଆସିବାର ବର୍ଷେ ନପୁରୁଣୁ ପରେ ଏହି ଯୋଜନା ଲାଗୁ ହୋଇପାରିଛି। ଏଥି ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ମଧ୍ୟ ଆରମ୍ଭ ହୋଇଯାଇଛି। ଓଡ଼ିଶା ବାହାରେ ରହୁଥିବା ଓଡ଼ିଆ ଲୋକମାନେ ମଧ୍ୟ ଏହି ଯୋଜନାରୁ ଲାଭବାନ ହେବେ। ଏହା ପୁଣି ନିଃଶୁଳ୍କ ମାଧ୍ୟମରେ।
ଓଡିଶାରେ “ଆୟୁଷ୍ମାନ ଯୋଜନା”ର ଶୁଭାରମ୍ଭ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











