The Ultimate Managed Hosting Platform
ADVERTISEMENT

ଓଡିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ । ଏହି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ୫୮୭୨ କୋଟି ଟଙ୍କା ଓ ୨୮ଟି ନବୋଦୟ ସ୍କୁଲ ପ୍ରତିଷ୍ଠା ପାଇଁ ୨୩୫୯କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଖର୍ଚ୍ଚ ଭାରତ ସରକାର ବହନ କରିବେ । ସ୍ଥାନୀୟ ଲୋକମାନଙ୍କ ଦାବି ଓ ଆଶାଆକାଂକ୍ଷାକୁ ଦୃଷ୍ଟିରେ ରଖି ସରକାର ଏହି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login