The Ultimate Managed Hosting Platform
ADVERTISEMENT

ଓଡିଶାରେ ରାହୁଲ ଗାନ୍ଧି

Facebook
Twitter
LinkedIn

ବ୍ୟୁରୋ : ଓଡିଶାରେ ପହଁଚିଲା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା । ଝାଡଖଣ୍ଡରୁ ଆସି ବୀରମିତ୍ରପୁରରେ ପହଁଚିଲେ ରାହୁଲ ଗାନ୍ଧି । ବୀରମିତ୍ରପୁରରେ ସ୍ୱାଗତ ଜଣାଇଲେ ରାଜ୍ୟ କଂଗ୍ରେସ ନେତା । ରାହୁଲ ଗାନ୍ଧୀଙ୍କ ସ୍ୱାଗତ ଅପେକ୍ଷାରେ ରହିଥିଲେହଜାର ହଜାର କଂଗ୍ରେସ କର୍ମୀ । ଝାଡଖଣ୍ଡ- ଓଡ଼ିଶା ସୀମାରେ ପହଂଚିବା ପରେ ସେଠାରୁ ସିଧା ଓଡ଼ିଶାର ସୁନ୍ଦରଗଡ ଅଭିମୁଖେ ଆସି ବୀରମିତ୍ରପୁରରେ ପହଂଚିଛନ୍ତି ରାହୁଲ । । ବୀରମିତ୍ରପୁରଠାରେ ଓଡ଼ିଶା କଂଗ୍ରେସ ଓ ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ୱାଗତ କରାଯିବା ପରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ପତାକା ରାଜ୍ୟ କଂଗ୍ରେସକୁ ହସ୍ତାନ୍ତର କରାଯାଇଛି । ସୁନ୍ଦରଗଡ଼, ରାଉରକେଲା ଓ ଝାରସୁଗୁଡ଼ା ଦେଇ ଆଗକୁ ବଢିବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା । ଏହି ସମୟରେ ରାହୁଲ ଗାନ୍ଧୀ ପଦଯାତ୍ରା ସହ ଜନସଭା ବି କରିବେ । ସୁନ୍ଦରଗଡ଼ରେ ନିର୍ବାଚନ ବିଗୁଲ ବଜାଇବେ ରାହୁଲ । ରାହୁଲଙ୍କ ଗସ୍ତର ରୁଟ୍ ମ୍ୟାପ୍ ଚୂଡ଼ାନ୍ତ ହୋଇଛି । ୩ ଦିନରେ ୨୦୦ କିଲୋମିଟର ବୁଲିବେ କଂଗ୍ରେସ ଯୁବରାଜ । ଖଡଗେଙ୍କ ପରେ ରାହୁଲଙ୍କ ଓଡିଶା ଗସ୍ତକୁ ନେଇ ଜୋସରେ ଅଛି ରାଜ୍ୟ କଂଗ୍ରେସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login