ଭୁବନେଶ୍ୱର : ଓଡିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫ୍ୟାକ୍ଚରିଂ ୟୁନିଟ । ଭୁବନେଶ୍ୱରରେ ହେବ ସିଲିକନ କାର୍ବାଇଟ ସେମିକଣ୍ଡକ୍ଟର ୟୁନିଟ । ଥ୍ରି ଡି ଗ୍ଲାସ ସେମିକଣ୍ଡକ୍ଟର ୟୁନିଟ ମଧ୍ୟ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ । କେନ୍ଦ୍ର କ୍ୟାବିନେଟର ଅନୁମୋଦନ ନେଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା । ସାରା ଦେଶରେ ଆଉ ୪ଟି ସେମିକଣ୍ଡକ୍ଟର ୟୁନିଟ ପାଇଁ ମଞ୍ଜୁରୀ । ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ଆଉ ୨ଟି ସେମିକଣ୍ଡକ୍ଟର ୟୁନିଟ ପ୍ରତିଷ୍ଠା ହେବ । ୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ନିର୍ମାଣ ହେବ । ଓଡ଼ିଶାରେ ସେମିକଣ୍ଡକଟର ନିର୍ମାଣକୁ ଏହା ଆହୁରି ମଜଭୁତ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।
Views: 120











