ଭୁବନେଶ୍ୱର : ଲୋକସେବା ଭବନରେ ଓଡିଶା ଟେକ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଶୁଭାରମ୍ଭ ପରେ ସରକାରୀ ଅଧିକାରୀଙ୍କୁ ମୋହନ ମାଝୀଙ୍କ ଅପିଲ । ସପ୍ତାହରେ ଗୋଟିଏ ଦିନ ଓଡିଶା ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକ ପିନ୍ଧିବାକୁ ଅପିଲ । ଜୀବନ କାଳ ଭିତରେ ଥରେ ହାତବୁଣା ବସ୍ତ୍ର କିଣି ଘରକୁ ନିଅନ୍ତୁ ।
ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନଭେନସନ ହଲ୍ରେ ଶୁଭାରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । ଏହି କାର୍ୟ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି । ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା ।
ଓଡିଶା ଟେକ୍ସରେ ମୁଖ୍ୟମନ୍ତ୍ରୀଙ୍କ ଅପିଲ, ଲୋକସେବା ଭବନରେ ଶୁଭାରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











