The Ultimate Managed Hosting Platform
ADVERTISEMENT

ଓଡିଶା ଟେକ୍ସରେ ମୁଖ୍ୟମନ୍ତ୍ରୀଙ୍କ ଅପିଲ, ଲୋକସେବା ଭବନରେ ଶୁଭାରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’

Facebook
Twitter
LinkedIn

ଭୁବନେଶ୍ୱର : ଲୋକସେବା ଭବନରେ ଓଡିଶା ଟେକ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଶୁଭାରମ୍ଭ ପରେ ସରକାରୀ ଅଧିକାରୀଙ୍କୁ ମୋହନ ମାଝୀଙ୍କ ଅପିଲ । ସପ୍ତାହରେ ଗୋଟିଏ ଦିନ ଓଡିଶା ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକ ପିନ୍ଧିବାକୁ ଅପିଲ । ଜୀବନ କାଳ ଭିତରେ ଥରେ ହାତବୁଣା ବସ୍ତ୍ର କିଣି ଘରକୁ ନିଅନ୍ତୁ ।
ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନଭେନସନ ହଲ୍ରେ ଶୁଭାରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । ଏହି କାର୍ୟ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି । ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login