ଜଳେଶ୍ୱର : ରାସ୍ତା ତଳକୁ ଓଲଟିଲା ଅଟା ବୋଝେଇ ଟ୍ରକ । କର୍ମଦା ଛକ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ୫୭ ନମ୍ବର ରାଜ୍ୟ ରାଜପଥ ଏସବିଆଇ ଏଟିଏମ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ଅଟା ବୋଝେଇ ଟ୍ରକଟି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ବେଳେ ଘନ କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବା ଜଣା ପଡିଛି । ଖବର ପାଇ ଘଟଣା ସ୍ଥଳରେ କମର୍ଦ୍ଦା ପୋଲିସର ତଦନ୍ତ ଜାରି ରଖିଛି ।
Views: 23