ହରାୟାଣାରେ ସ୍କୁଲ ବସ ଓଲଟି ୫ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସୂଚନା । ଦୁର୍ଘଟଣାରେ ୧୨ରୁ ଅଧିକ ଆହତ ଛାତ୍ରଛାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ବସ୍ ଚାଳକ ଜଣକ ନିଶାଶକ୍ତ ଅବସ୍ଥାରେ ଥିବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଘରୋଇ ସ୍କୁଲ ବସରେ ୩୫ରୁ ୪୦ ଛାତ୍ରଛାତ୍ରୀ ସ୍କୁଲ ଯାଉଥିଲେ । ସରକାରୀ ଛୁଟି ଥିବା ସତ୍ତେ୍ୱ ମଧ୍ୟ ଛାତ୍ରଛାତ୍ରୀଙ୍କୁ ସ୍କୁଲ ନିଆଯାଉଥିଲା । ତେଣୁ ଏହାକୁ ନେଇ ଏବେ ପ୍ରଶ୍ନ ଉଠିଛି । ଏହି ହୃଦୟବିଦାରକ ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ । ଘଟଣାସ୍ଥଳରେ ୫ ଜଣ ଛାତ୍ରଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ଭେଣ୍ଟିଲେଟରରେ ଆଉ ଜଣେ ଶିଶୁଙ୍କର ମୃତ୍ୟୁ ହୋଇଛି ।
Views: 92











