ଭୁବନେଶ୍ୱର : ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଦେଲେ ଚିଠି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ୟ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଅନ୍ୟପଟେ ଅନାସ୍ଥା ଆଣିଲେ କଂଗ୍ରେସ ଲୋକହସା ହେବ । ସଂଖ୍ୟା ନଥାଇ ଅନାସ୍ଥା ଆଣିବା, କେବଳ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସର ଏକ ଷ୍ଟଣ୍ଟ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ

Facebook
Twitter
LinkedIn
Facebook
Twitter
LinkedIn
Recent News
ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ
ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...
‘ବଣିକ’ ପଠାଇଥିଲା ପରୀକ୍ଷାର୍ଥୀ ; CB DSP
ଭୁବନେଶ୍ୱର : ବଣିକ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା...
‘ବଣିକ’ ଉପରେ କ୍ରାଇମବ୍ରାଞ୍ଚ ରେଡ
ଭୁବନେଶ୍ୱର : 'ବଣିକ' କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା...
ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ
କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...