ଭୁବନେଶ୍ୱର : ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ ବୋଲି କହିଲେ ନିରଞ୍ଜନ । ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା , ମୋକିମ ଜିତାଇଛନ୍ତି । ଲଗାତାର ୨ ଥର କଟକରେ କଂଗ୍ରେସ ଜିତିଲାଣି, ଏବେ ତାଙ୍କ ଝିଅ ବିଧାୟିକା । ନୂଆପଡା ନିର୍ବାଚନ ବେଳେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଆବଶ୍ୟକତା ନାହିଁ ମନ୍ତବ୍ୟ ତାଙ୍କୁ ବାଧିଲା । ସେଥିପାଇଁ ଆମେ ସମସ୍ତେ ଦାୟୀ , ତାକୁ ଉପଶମ କରିବାର ଥିଲା । ନୂଆପଡାକୁ ନେଇ ଯେପରି କୁହାଗଲା ସେପରି କୁହାଯିବାର ନ ଥିଲା । ସେ ଯେଉଁ ଚିଠି ଲେଖିଲେ ସେଥିରେ କିଛି ସତ୍ୟ ଥାଇପାରେ । ମାତ୍ର ସେ ଯେପରି ଭାବେ ଗଣମାଧ୍ୟମକୁ ଯାଇ କହିଲେ ତାହା ଠିକ ନୁହେଁ । ମୋକିମ ବାବୁଙ୍କ ପରି ବ୍ୟକ୍ତିଙ୍କର ଦଳରେ ଆବଶ୍ୟକତା ରହିଛି । କଂଗ୍ରେସ ପ୍ରତି ତାଙ୍କର ଦୁର୍ବଳତା ଅଛି , ବୁଝାଇ ଅଣାଯିବା ଦରକାର ।
Views: 120











