The Ultimate Managed Hosting Platform
ADVERTISEMENT

କଟକ ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା

Facebook
Twitter
LinkedIn

କଟକ : କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି ସଂକୀର୍ଣ୍ଣ ରାସ୍ତା ପାଇଁ ଏହି ନିୟମ ଲାଗୁ କରାଯାଇଛି । ଆଜି ଆୟୋଜିତ ମହାନଗର ଶାନ୍ତି କମିଟି ବୈଠକରେ ପୂଜା କମିଟିଗୁଡ଼ିକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ସେହିପରି ମଣ୍ଡପର ସୁରକ୍ଷା, ଅଗ୍ନି ଓ ବିଦ୍ୟୁତ ନିରାପତ୍ତା ଏବଂ ଶ୍ରଦ୍ଧାଳୁଙ୍କ ଗମନାଗମନ ସୁନିଶ୍ଚିତ କରିବେ ପୂଜା କମିଟି । ଏଥିପାଇଁ ପ୍ରତିଟି ପୂଜା କମିଟି ପ୍ରଶାସନ ନିକଟରେ ସତ୍ୟପାଠ ଦାଖଲ କରିବେ । ଯଦି ତୋରଣ ନିର୍ମାଣ କରାଯାଉଥାଏ, ତେବେ ପୂର୍ବ ନିର୍ଦ୍ଧାରିତ ନକ୍ସା ପ୍ରଶାସନ ନିକଟରେ ଦାଖଲ କରିବାକୁ ପଡ଼ିବ। ଏହି ସତ୍ୟପାଠ ଆଧାରରେ ପୂଜା କମିଟିମାନଙ୍କୁ NOC ପ୍ରଦାନ କରାଯିବ । ବ୍ୟବସ୍ଥାକୁ ଅଧିକ ସହଜ କରିବାକୁ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ସିଂଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା କରାଯିବ। ଏହାସହ ପୂଜାରେ ଡିଜେ, ୬୫ ଡେସିବିଲରୁ ଅଧିକ ଶବ୍ଦ ପ୍ରଦୂଷଣ, ଲେଜର ଲାଇଟ ଓ ଫାୟାର ଗନ ବ୍ୟବହାର ଉପରେ କଟକଣା ରହିବ । ସେପଟେ ଏଭଳି ନିର୍ଦ୍ଦେଶନାମାକୁ ପୂଜା କମିଟି ନାପସନ୍ଦ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login