ଭୁବନେଶ୍ୱର : ମେଟ୍ରୋ ପ୍ରକଳ୍ପର ଆବଶ୍ୟକତ ରହିଛି କହିଲେ ନଗର ଉନ୍ନୟନ ମନ୍ତ୍ରୀ । ପୂର୍ବ ସରକାର ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପରିକଳ୍ପନା କରିଥିଲେ । ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କଣ କରିବେ, କଟକ ଯିବା ଦରକାର । କମିଟି ଅନୁଧ୍ୟାନ କରୁଛି, ଏହାର ପରିଧିକୁ ବିସ୍ତୃତ କରାଯିବ । ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି । ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ପ୍ରଥମ ପର୍ୟ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ୟ୍ୟନ୍ତ ପ୍ରାୟ ୨୬ କିଲୋମିଟର ଏହି ମେଟ୍ରୋ ରେଳ ଚଳାଚଳ କରିବ । ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ ।
Views: 45