ପାଟନା : ବିହାରର ପାଟନାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରବିବାର ବିଳମ୍ବିତ ରାତିରେ ବିଜେପିର ରାଜ୍ୟସଭା ସାଂସଦ ସତୀଶ ଚନ୍ଦ୍ର ଦୁବେଙ୍କ ଗାଡ଼ି ସଡ଼କ ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣାରେ ସାଂସଦ ଦୁବେ, ତାଙ୍କ ଅଙ୍ଗରକ୍ଷୀ ଏବଂ ଗାଡ଼ିର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଦୁର୍ଘଟଣା ସମୟରେ ଗାଡ଼ିରେ ସାଂସଦଙ୍କ ସମେତ ୫ ଜଣ ଥିଲେ। ସୂଚନା ଅନୁଯାୟୀ , ସାଂସଦ ଦୁବେ ଗତକାଲି ରାତିରେ ବଗହାରୁ ପାଟନା ଫେରୁଥିଲେ। ଏହି ସମୟରେ ଗାନ୍ଧୀ ସେତୁର ଗାଈଘାଟ ନିକଟରେ ତାଙ୍କ ଗାଡ଼ି ଏକ କଣ୍ଟେନର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ କାର୍ଟି ଭାଙ୍ଗି ଚୁର୍ମାର ହୋଇଯାଇଛି। ଦୁର୍ଘଟଣା ପରେ ଗାନ୍ଧୀ ସେତୁ ଉପରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ ଯାତାୟାତ ଆରମ୍ଭ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ସାଂସଦଙ୍କ ଡ୍ରାଇଭର ଏବଂ ଅଙ୍ଗରକ୍ଷୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସାଂସଦ ଦୁବେ ମଧ୍ୟ ଆହତ ହୋଇଛନ୍ତି। ପାଟନାର ଏକ ଘରୋଇ ଡାକ୍ତରଖାନାରେ ତିନି ଜଣଙ୍କର ଚିକିତ୍ସା ଚାଲିଛି।
କଣ୍ଟେନର ସହ ରାଜ୍ୟସଭା ଏମ୍ପିଙ୍କ କାର୍ ଧକ୍କା,୫ ଗୁରୁତର

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...