ଗଞ୍ଜାମ : ଦିନିକିଆ ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ବିନା ସୁଧରେ ଏସଏଚଜି ଗ୍ରୁୁପକୁ ରୁଣ ଓ ସହାୟତା ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା କଡାକଡି ହୋଇଛି । ଜିଲ୍ଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୨୨ ହଜାର ୨ ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨.୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ । ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଂଟନ କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନରେ ଷ୍ଟାଡିୟମଠାରେ ଆୟୋଜିତ ସଭାରେ ଯୋଗଦେଇ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିବେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
Views: 78