ବାଲେଶ୍ୱର : ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ତଥ୍ୟ ନେଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍ । ମୃତକଙ୍କ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ଟ୍ରେନ୍ ଦୁର୍ଘଟଣା ଯୋଗୁଁ ଆଜି ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍. କରୁଣାନିଧିଙ୍କ ଜନ୍ମଶତବାର୍ଷିକୀ ପାଳନ କାର୍ୟ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି । କେବଳ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍ କାଲାଇଗ୍ନାର ପ୍ରତିମୂର୍ତ୍ତି ଏବଂ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାକୁ ବାଦ ଦେଇ ବାକି ସବୁ କାର୍ୟ୍ୟକ୍ରମ ବାତିଲ କରାଯାଇଛି। ସେପଟେ ଭୟଙ୍କର କରମଣ୍ଡଳର ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ । ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ନବୀନ ପଟ୍ଟନାୟ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ଘୋଷଣା କଲା ତାମିଲନାଡୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











