ବାଲେଶ୍ବର: ବାହାନଗାରେ ୨ଟି ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସଂଖ୍ୟା ଏବେ ୨୬୧କୁ ବୃଦ୍ଧି ପାଇଛି ବୋଲି ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ରେଳବାଇ ପକ୍ଷରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା ପ୍ରକାଶ କରାଯାଇଛି। ବାହାନଗାରେ ଉଦ୍ଧାରକାର୍ୟ୍ୟ ଶେଷ ହୋଇଛି। ଏଥି ସହିତ ମରାମତି କାମ ଆରମ୍ଭ ହୋଇଛି। ଦୁର୍ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି। ସୂଚନାଯୋଗ୍ୟ, ଗତକାଲି କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧)ଟ୍ରେନ୍ ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ (୧୨୮୬୪) ଧକ୍କା ହୋଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏପର୍ୟ୍ୟନ୍ତ ୨୬୧ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇସାରିଛି। ଆହୁରି ପ୍ରାୟ ୭୦୦ରୁ ଅଧିକ ଲୋକଙ୍କର ଚିକିତ୍ସା ଜାରି ରହିଛି।
Views: 72