ବାଲେଶ୍ୱର : ଦୁର୍ଘଟମାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସ୍ଥିତି ଅନୁଧ୍ୟାନ । ଦୁର୍ଘଟଣାକୁ ଅତ୍ୟନ୍ତ ହୃଦୟ ବିଦାରକ କହିଲେ ଅଶ୍ୱିନୀ ବୈଷ୍ଣବ । ବର୍ତ୍ତମାନ ସମୟରେ ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଛି । ଆହତ ଯାତ୍ରୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ପ୍ରୟାସ । ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ କରାଯିବ । ରେଲ୍ ସେଫ୍ଟି କମିଶନ ଘଟଣାସ୍ଥଳକୁ ଯାଇ ଯାଞ୍ଚ କରିବ । ଦୁର୍ଘଟଣାର ମୂଳ କାରଣ ଖୋଜାଯିବ କହିଲେ ରେଳମନ୍ତ୍ରୀ । ଉଦ୍ଧାର କାର୍ଯ୍ୟ ଶୀଘ୍ର ସାରି ରେଳ ଚଳାଚଳ ସ୍ୱାଭାବିକ କରାଯିବ ।
ଏହି ଅବସରରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଏହା ବଡ଼ ରେଳ ଦୁର୍ଘଟଣା। ରେଳବାଇ, ଏନଡିଆରଏଫ, ଏସଡିଆରଏଫ ଏବଂ ରାଜ୍ୟ ସରକାର ଉଦ୍ଧାର କାର୍ୟ୍ୟ କରୁଛନ୍ତି। ସର୍ବୋତ୍ତମ ସମ୍ଭାବ୍ୟ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ। ଗତକାଲି କ୍ଷତିପୂରଣ ଘୋଷଣା କରାଯାଇଥିଲା। ଏହା ବିଷୟରେ ତଦନ୍ତ ପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି। କାହାର ତ୍ରୁଟି ରହିଛି, କ’ଣ ପାଇଁ ଏତେ ବଡ଼ ଦୁର୍ଘଟଣା ଘଟିଲା ତାହାର ତଦନ୍ତ କରାଯିବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।
ସେପଟେ ପ୍ରାୟ ୯୦୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଏବେ ବି ଉଦ୍ଧାର ହେଉଛି ମୃତଦେହ । ମୃତାହତଙ୍କୁ ହସ୍ପିଟାଲ ନେବାକୁ ନିଅଣ୍ଟ ହେଉଛି ଆମ୍ବୁଲାନ୍ସ । ଟ୍ରାକ୍ଟର ଡାଲାରେ ଗଦା କରି ବୁହା ହେଲା ମୃତଦେହ । ପିକ୍ଅପ୍ ଭ୍ୟାନ୍ ଡାଲାରେ ଲୋଡ୍ କରି ବୁହା ହେଲା ଶବ। ଗତକାଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ସ୍ଥିତି ଅନୁଧ୍ୟାନ କଲେ ରେଳମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











