ବାଲେଶ୍ୱର : ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା ପାଇଁ କାନଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡ୍ୟୁ ଓ ତାଇୱାନ୍ର ରାଷ୍ଟ୍ରପତି ସିଆ ଇଙ୍ଗ୍-ୱେନଆଜି ଶୋକବ୍ୟକ୍ତ କରିଛନ୍ତି।
ଟ୍ୱିଟ୍ କରି କାନଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡ୍ୟୁ ଲେଖିଛନ୍ତି, ଭାରତର ଓଡ଼ିଶାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାର ଫଟୋ ଓ ରିପୋର୍ଟ ମତେ ବ୍ୟଥିତ କରିଛି। ପ୍ରିୟତମମାନଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୋର ଅନ୍ତରତମ ସମବେଦନା। ଆହତମାନଙ୍କ କଥା ବି ମୁଁ ଚିନ୍ତା କରୁଛି। ଏହି ଅସୁବିଧା ସମୟରେ କାନଡାବାସୀ ଭାରତବାସୀଙ୍କୁ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି। ଟ୍ୱିଟ୍ କରି ନେପାଳ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ଲେଖିଛ, ଆଜି ଓଡ଼ିଶାରେ ଟ୍ରେନ୍ ଦୁର୍ଘଟଣାଜନିତ ବହୁଯାତ୍ରୀଙ୍କ ଜୀବନହାନି ଯୋଗୁଁ ମୁଁ ମର୍ମାହତ। ଏହି ଦୁଃଖଦାୟକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସରକାର ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ସେହିପରି, ଶୋକବ୍ୟକ୍ତ କରି ତାଇୱାନ୍ର ରାଷ୍ଟ୍ରପତି ସିଆ ଇଙ୍ଗ୍-ୱେନ୍ ଟୁଇଟ୍ କରି ଲେଖିଛନ୍ତି: ଭାରତରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ପ୍ରଭାବିତ ହୋଇଥିବା ସମସ୍ତଙ୍କ ପାଇଁ ପ୍ରାର୍ଥନା କରୁଛି। ମୃତବ୍ୟକ୍ତିମାନଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ଆଶା କରୁଛି ଉଦ୍ଧାର ଅଭିଯାନ ସମସ୍ତଙ୍କର ଆବଶ୍ୟକତା ପୂରଣ କରିବ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ଶୋକ ପ୍ରକାଶ କଲେ କାନାଡା ପ୍ରଧାନମନ୍ତ୍ରୀ ଓ ତାଇୱାନ ରାଷ୍ଟ୍ରପତି

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...