The Ultimate Managed Hosting Platform
ADVERTISEMENT

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ଶୋକ ପ୍ରକାଶ କଲେ କାନାଡା ପ୍ରଧାନମନ୍ତ୍ରୀ ଓ ତାଇୱାନ ରାଷ୍ଟ୍ରପତି

Facebook
Twitter
LinkedIn

ବାଲେଶ୍ୱର : ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା ପାଇଁ କାନଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡ୍ୟୁ ଓ ତାଇୱାନ୍ର ରାଷ୍ଟ୍ରପତି ସିଆ ଇଙ୍ଗ୍-ୱେନଆଜି ଶୋକବ୍ୟକ୍ତ କରିଛନ୍ତି।
ଟ୍ୱିଟ୍ କରି କାନଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡ୍ୟୁ ଲେଖିଛନ୍ତି, ଭାରତର ଓଡ଼ିଶାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାର ଫଟୋ ଓ ରିପୋର୍ଟ ମତେ ବ୍ୟଥିତ କରିଛି। ପ୍ରିୟତମମାନଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୋର ଅନ୍ତରତମ ସମବେଦନା। ଆହତମାନଙ୍କ କଥା ବି ମୁଁ ଚିନ୍ତା କରୁଛି। ଏହି ଅସୁବିଧା ସମୟରେ କାନଡାବାସୀ ଭାରତବାସୀଙ୍କୁ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି। ଟ୍ୱିଟ୍ କରି ନେପାଳ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ଲେଖିଛ, ଆଜି ଓଡ଼ିଶାରେ ଟ୍ରେନ୍ ଦୁର୍ଘଟଣାଜନିତ ବହୁଯାତ୍ରୀଙ୍କ ଜୀବନହାନି ଯୋଗୁଁ ମୁଁ ମର୍ମାହତ। ଏହି ଦୁଃଖଦାୟକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସରକାର ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ସେହିପରି, ଶୋକବ୍ୟକ୍ତ କରି ତାଇୱାନ୍ର ରାଷ୍ଟ୍ରପତି ସିଆ ଇଙ୍ଗ୍-ୱେନ୍ ଟୁଇଟ୍ କରି ଲେଖିଛନ୍ତି: ଭାରତରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ପ୍ରଭାବିତ ହୋଇଥିବା ସମସ୍ତଙ୍କ ପାଇଁ ପ୍ରାର୍ଥନା କରୁଛି। ମୃତବ୍ୟକ୍ତିମାନଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ଆଶା କରୁଛି ଉଦ୍ଧାର ଅଭିଯାନ ସମସ୍ତଙ୍କର ଆବଶ୍ୟକତା ପୂରଣ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login