ଭୁବନେଶ୍ବର: ଆସନ୍ତାକାଲିଠୁ ବଢିବ ବର୍ଷା । ଘୂର୍ଣ୍ଣିବଳୟ ସାଙ୍ଗକୁ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ୧୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ରହିବ ବର୍ଷାର ପ୍ରଭାବ । ୬ ଜିଲ୍ଲାରେ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ତାରିଖ ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖରୁ ବଦଳିବ ପାଗ । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୪ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
Views: 85











