ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡିଥିବା ହିତାଧିକାରୀ ସାମିଲ ନେଇ ହେବ ଆଲାଚନା । ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଯାନ ଥିବା ମହିଳାଙ୍କ ତଥ୍ୟ ଓ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା ।
Views: 67











