The Ultimate Managed Hosting Platform
ADVERTISEMENT

କାଲି ୧୧ଟାରେ ପୁଣି ସିସିଏସ ବୈଠକ

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତା କାଲି ୧୧ଟାରେ ସିସିଏସ ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ସିସିଏସ ବୈଠକ । ପାକ ବିପକ୍ଷରେ ଆସିପାରେ ବଡ ନିଷ୍ପତ୍ତି । ପ୍ରଥମ ସିସିଏସ ବୈଠକରେ ଆସିଥିଲା ୫ ବଡ ନିଷ୍ପତ୍ତି । ସିନ୍ଧୁ ନଦୀ ଚୁକ୍ତି ବାତିଲ, ପାକିସ୍ତାନୀଙ୍କ ଭିସା ରଦ୍ଦ ହୋଇଥିଲା । ମୋଦିଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଯୋଗ ଦେବେ। ଏନଏସଓ ଅଜିତ ଡୋଭାଲ, କ୍ୟାବିନେଟ ସଚିବ ଓ ପ୍ରତିରକ୍ଷା ସଚିବ ଉପସ୍ଥିତ ରହିବେ।ସୂଚନାଯୋଗ୍ୟ, ୨୨ ଏପ୍ରିଲରେ, ପାକିସ୍ତାନରୁ ଆସିଥିବା ଆତଙ୍କବାଦୀଙ୍କକ ଏକ ଗ୍ରୁପ କାଶ୍ମୀର ପହଲଗାମର ବୈସରଣ ଉପତ୍ୟକାରେ ବୁଲୁଥିବା ପର୍ୟ୍ୟଟକମାନଙ୍କୁ ଧର୍ମ ପଚାରି ହତ୍ୟା କରିଥିଲେ । ଏଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଆକ୍ରମଣ ପରେ ଜମ୍ମୁ-କଶ୍ମୀରରୁ ବହୁ ସଂଖ୍ୟକ ପର୍ୟ୍ୟଟକ ବୁକିଂ କ୍ୟାନସଲ କରି ଫେରି ଯାଇଥିଲେ । ତେବେ ଘଟଣାକୁ କିଛିଦିନ ବିତିବା ପରେ ପର୍ୟ୍ୟଟକମାନେ ଧୀରେ ଧୀରେ ପହଲଗାମ ସମେତ ଅନ୍ୟାନ୍ୟ ସ୍ଥାନକୁ ଫେରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login