The Ultimate Managed Hosting Platform
ADVERTISEMENT

କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ଚିତାଲାଗି ଅମାବାସ୍ୟା । ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ନ ୨ଟା ୩୦ ପରଠୁ ସନ୍ଧ୍ୟା ୬ଟା ୩୦ ମିନିଟ୍ ପର୍ୟ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ। ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ। ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login