ମାଲକାନଗିରି : କୁମ୍ବିଂ ଅପରେସନ ବେଳେ ମାଓ ଡମ୍ପ ଠାବ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । କୁମ୍ବିଂ ଅପରେସନ ବେଳେ ଘଞ୍ଚ ଜଙ୍ଗଲ ଭିତରୁ ମାଓ ଡମ୍ପ ଠାବ କଲେ ଯବାନ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଲୁଚାଇ ରଖିଥିବା ଏହି ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ ୧୪ଟି ଟିଫିନ୍ ବୋମା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ପୁଙ୍ଗାରପାଲ ଥାନା ଅନ୍ତର୍ଗତ କୁଟୁର ଏବଂ ତୁମ୍ରିୱାଲ ଅଞ୍ଚଳରେ ସୁରକ୍ଷା ବାହିନୀର କମ୍ବିଂ ଚାଲିଥିବ ବେଳେ ଏହି ସବୁ ମାଓ ସାମଗ୍ରୀ ଜବତ ହୋଇଛି । ଅନ୍ୟପଟେ ଆଜି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ୪ ହାର୍ଡକୋର ମାଓବାଦୀଙ୍କ ଆତ୍ମ ସମର୍ପଣ କରିଛନ୍ତି ।
Views: 46