ଭୁବନେଶ୍ୱର : କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି । ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଚାଷୀକୂଳର ସମସ୍ୟାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ନବୀନ । ସାର ଅଭାବ ଯୋଗୁଁ କୃଷିକାର୍ୟ୍ୟ ବାଧାପ୍ରାପ୍ତ ହେବା ସହ ସଂକଟରେ ଚାଷୀ ଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ଚାଷୀକୂଳର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଓଡ଼ିଶାକୁ ଆବଶ୍ୟକ ସାର ଯୋଗାଣ ସୁନିଶ୍ଚିତ କରିବାକୁ କେନ୍ଦ୍ର ନିକଟରେ ନବୀନ ପଟନାୟକଙ୍କ ଦାବି କରିଛନ୍ତି ।
Views: 38