ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ । ମନ୍ତ୍ରୀଙ୍କ ବିବରଣୀରେ ରହିଛି ଦେଶର ୧୭ ନୂଆ ମେଟ୍ରୋ ପ୍ରକଳ୍ପ । ୧୭ ନୂଆ ମେଟ୍ରାେ ରେଲ୍ ପ୍ରକଳ୍ପରେ ଭୁବନେଶ୍ୱରର ନାଁ ନାହିଁ । ସଦରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ । ମନ୍ତ୍ରୀଙ୍କ କହିବା କଥା ଯେ କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ ଆସିଛି । ପ୍ରକଲ୍ପ ପାଇଁ କେନ୍ଦ୍ର ସରକାର ମଧ୍ୟ ଅନୁଦାନ ଦେଇଛନ୍ତି ଜ୍ଝହେଲେ ଏଥିରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କୌଣସି ପ୍ରସ୍ତାବ ନାହିଁ । ଅନ୍ୟପଟେ ଗତ ୧୬ ତାରିଖରେ ମେଟ୍ରୋ ପ୍ରକଳ୍ପ ନେଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ଙ୍କ ଅଧ୍ୟକ୍ଷତାରେ ବସିଥିଲା ମନ୍ତ୍ରୀ ସ୍ତରୀୟ ବୈଠକ ଜ୍ଝ ନୂଆ ଢାଞ୍ଚାରେ ମେଟ୍ରୋ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା । ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ ସେବାରେ କିଭଳି ନୂତନ ରୂପାନ୍ତରଣ ଆଣିବ ଓ ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପଟି ସମ୍ପୂର୍ଣ୍ଣ ଭାବରେ ସଫଳ ରୂପରେ କାର୍ୟ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ୱୟ ହେବ,ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।
କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











