ଭୁବନେଶ୍ୱର : କୈାଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ । ବୁଢାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି , କିନ୍ତୁ କମୁଛି । ଆଗାମୀ ୭ ଦିନ ଯାଏଁ ବର୍ଷା ନ ଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ । ହୀରାକୁଦ ଜଳସ୍ତର ୯ଟା ସୁଦ୍ଧା ୬୨୬.୩୫ ଫୁଟ ଅଛି । ୪ଟି ଗେଟ୍ ବନ୍ଦ କରାଯାଇଛି, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ, ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ । କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ । ସୂଚନାଯୋଗ୍ୟ, ଗତକାଲି ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ୟ୍ୟାୟରେ ହୀରାକୁଦର ୮ଟି ଗେଟ୍ ଖୋଲାଯାଇଥିଲା । ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା । ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା ।
Views: 111