ଭୁବନେଶ୍ୱର : କୋଭିଡ ନେଇ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅପିଲ । କେହି ଭୟଭୀତ ହୁଅନ୍ତୁ ନାହିଁ କହିଲେ ମୁକେଶ ମହାଲିଙ୍ଗ । ସରକାରଙ୍କ ନଜରରେ ଅଛି, ସବୁ ପ୍ରକାର ପଦକ୍ଷେପ ନିଆଯାଉଛି । ଡେଙ୍ଗୁ ନିୟନ୍ତ୍ରଣ ନେଇ ମଧ୍ୟ କାମ ଚାଲିଛି । ଗତକାଲି ରାଜ୍ୟରେ ୪ଜଣ ଓ ଆଜି ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାପିଡ୍ ଆଣ୍ଟିଜେନ୍ ପରୀକ୍ଷାରେ ଏମାନେ ସଂକ୍ରମିତ ଥିବା ସ୍ପଷ୍ଟ ହୋଇଛି। ଫଳରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ତହିଁରୁ ୫ଜଣ ଘରୋଇ ଓ ଜଣେ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଗତକାଲି ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Views: 103











