କୋଲକତା : କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ । ସେଣ୍ଟ୍ରାଲ କୋଲକାତା ସ୍ଥିତ ଏକ ହୋଟେଲରେ ନିଆଁ ଲାଗି ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତକାଲି ରାତିରେ ରିତୁରାଜ ହୋଟେଲରେ ନିଆଁ ଲାଗିଥିଲା ।ଅନେକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ହୋଟେଲ ଭିତରୁ ୧୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି । କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି ।
Views: 83