ନୂଆଦିଲ୍ଲୀ : କୋଲକତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓହତ୍ୟା ଘଟଣା । ଶୁଣାଣି ବେଳେ ଉଦବେଗ ପ୍ରକାଶ କଲେ ସିଜେଆଇ । ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦେବାକୁ ସିବିଆଇ ନିଦେ୍ର୍ଦଶ । ଘରଣାର ବହୁ ବିଳମ୍ବରେ ଏଫଆଇଆରକୁ ନେଇ ପ୍ରଶ୍ନ ଉଠାଇଲେ । ସବୁଠାରୁ ବଡ କଥା ହେଉଛି ଆରଜି କର ହସ୍ପିଟାଲ ଅଧ୍ୟକ୍ଷଙ୍କୁ ସଙ୍ଗେ ସଙ୍ଗେ ଅନ୍ୟ ହସ୍ପିଟାଲରେ ଅଧ୍ୟକ୍ଷ ନିଯୁକ୍ତି କରାଗଲା କାହିଁକି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନ ବିଚାରପତି। ଏହାକୁ ନେଇ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଦୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ସିବିଆଇକୁ ଷ୍ଟାଟସ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିବା ସହ ଡାକ୍ତରଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଡାକ୍ତରଙ୍କ ସୁରକ୍ଷା ପାଇଁ ଏସଓପି ପ୍ରସ୍ତୁତ କରିବାକୁ ନ୍ୟାସନାଲ ଟାସ୍କ ଫୋର୍ସ ଗଠନ କରିବାକୁ କହିଛନ୍ତି କୋର୍ଟ। ଏଥିସହ ଡାକ୍ତରଙ୍କୁ କାର୍ୟ୍ୟରେ ଯୋଗ ଦେବାକୁ କହିଛନ୍ତି ଖଣ୍ଡପୀଠ। ତଦନ୍ତରେ ଶୀଥିଳତା ଏବଂ ହସ୍ପିଟାଲରେ ଭଙ୍ଗାରୁଜା କରିବା ନେଇ କୋଲକାତା ପୁଲିସ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି।
କୋଲକତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓହତ୍ୟା ଘଟଣା , ରାଗିଗଲେ ସିଜେଆଇ । କହିଲେ ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦିଅ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...