ନୂଆଦିଲ୍ଲୀ : କୋଲକତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓହତ୍ୟା ଘଟଣା । ଶୁଣାଣି ବେଳେ ଉଦବେଗ ପ୍ରକାଶ କଲେ ସିଜେଆଇ । ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦେବାକୁ ସିବିଆଇ ନିଦେ୍ର୍ଦଶ । ଘରଣାର ବହୁ ବିଳମ୍ବରେ ଏଫଆଇଆରକୁ ନେଇ ପ୍ରଶ୍ନ ଉଠାଇଲେ । ସବୁଠାରୁ ବଡ କଥା ହେଉଛି ଆରଜି କର ହସ୍ପିଟାଲ ଅଧ୍ୟକ୍ଷଙ୍କୁ ସଙ୍ଗେ ସଙ୍ଗେ ଅନ୍ୟ ହସ୍ପିଟାଲରେ ଅଧ୍ୟକ୍ଷ ନିଯୁକ୍ତି କରାଗଲା କାହିଁକି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନ ବିଚାରପତି। ଏହାକୁ ନେଇ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଦୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ସିବିଆଇକୁ ଷ୍ଟାଟସ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିବା ସହ ଡାକ୍ତରଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଡାକ୍ତରଙ୍କ ସୁରକ୍ଷା ପାଇଁ ଏସଓପି ପ୍ରସ୍ତୁତ କରିବାକୁ ନ୍ୟାସନାଲ ଟାସ୍କ ଫୋର୍ସ ଗଠନ କରିବାକୁ କହିଛନ୍ତି କୋର୍ଟ। ଏଥିସହ ଡାକ୍ତରଙ୍କୁ କାର୍ୟ୍ୟରେ ଯୋଗ ଦେବାକୁ କହିଛନ୍ତି ଖଣ୍ଡପୀଠ। ତଦନ୍ତରେ ଶୀଥିଳତା ଏବଂ ହସ୍ପିଟାଲରେ ଭଙ୍ଗାରୁଜା କରିବା ନେଇ କୋଲକାତା ପୁଲିସ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି।
କୋଲକତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓହତ୍ୟା ଘଟଣା , ରାଗିଗଲେ ସିଜେଆଇ । କହିଲେ ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦିଅ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











