ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ ଏଥିଲିନ୍ ଗ୍ଲାଇକୋଲ୍ ଅଧିକ ମାତ୍ରାରେ ବ୍ୟବହୃତ ନେଇ ସତର୍କ କରିଛି ହୁ । ଯାହା ମଣିଷ ଶରୀରରେ ଗୁରୁତର ପ୍ରଭାବ ପକାଇଥାଏ । ଏହିସବୁ ସିରପ ଗୁଡ଼ିକ ଭାରତରୁ ରପ୍ତାନୀ ଉପରେ ରୋକ ଲଗାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ- ହୁ । କୋଲ୍ଡରିଫ୍ ସିରପ ସେବନ କରି ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ୨୦ରୁ ଊର୍ଦ୍ଧ୍ବ ଶିଶୁଙ୍କ ମୃତ୍ୟୁ ହୋଇଛି । ଯାହାକୁ ନେଇ ଏ କପସିରପ ବ୍ୟବହାର ଉପରେ ରହିତାଦେଶ ଜାରି କରିବାକୁ କେନ୍ଦ୍ର ସରକାରଙ୍କୁ କହିଛି ହୁ । ଗତ ଅଗଷ୍ଟରେ ଏହି ସିରପ ସେବନ ଯୋଗୁ ମଧ୍ୟପ୍ରଦେଶ ପାରାସିଆ ଗାଁର ଅଧିକାଂଶ ଶିଶୁ ଏକକାଳୀନ ଅସୁସ୍ଥ ହେବା ଖବର ସାମନାକୁ ଆସିଥିଲା । ଏହି ଔଷଧଗୁଡ଼ିକ ମଧ୍ୟରୁ କୌଣସିଟି ଭାରତରୁ ରପ୍ତାନି କରାଯାଇ ନାହିଁ ଏବଂ ଅବୈଧ ରପ୍ତାନିର କୌଣସି ପ୍ରମାଣ ନାହିଁ ବୋଲି ସେଣ୍ଟ୍ରାଲ୍ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଜେସନ୍ ହୁ କୁ ସୂଚନା ଦେଇଛି ।
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











