ପଞ୍ଜାବ : କ୍ୟାଣ୍ଟରକୁ ପିଟିଲା ପିକଅପ ଭ୍ୟାନ । ପଞ୍ଜାବ ଫିରୋଜପୁର-ଫାଜିଲ୍କା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏକ ପିକ୍ଅପ୍ ଗାଡ଼ି ଏବଂ କ୍ୟାଣ୍ଟର ମଧ୍ୟରେ ଭୀଷଣ ଧକ୍କା ହେବାରୁ ଏପରି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ପ୍ରାୟ ୧୫ ଜଣ ୱେଟର କୌଣସି କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ଫିରୋଜପୁରରୁ ଏକ ପିକଅପ୍ ଗାଡ଼ିରେ ଜଲାଲାବାଦ ଯାଉଥିଲେ । ହେଲେ ଗୋଲୁକା ମୋଡ଼ ନିକଟରେ ରାସ୍ତା ପାର୍ଶ୍ୱରେ ଥିବା ଏକ ଭଙ୍ଗା କ୍ୟାଣ୍ଟର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ଖବର ପାଇ ସ୍ଥାନୀୟ ପୋଲିସ ଓ ସଡ଼କ ସୁରକ୍ଷା ଟିମ୍ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ । ତେବେ ଏପର୍ୟ୍ୟନ୍ତ ମୃତକଙ୍କ କୌଣସି ପରିଚୟ ମିଳି ପାରି ନ ଥିବା ଡିଏସପି ସତନାମ ସିଂହ କହିଛନ୍ତି ।
କ୍ୟାଣ୍ଟରକୁ ପିଟିଲା ପିକଅପ ଭ୍ୟାନ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...