ପଞ୍ଜାବ : କ୍ୟାଣ୍ଟରକୁ ପିଟିଲା ପିକଅପ ଭ୍ୟାନ । ପଞ୍ଜାବ ଫିରୋଜପୁର-ଫାଜିଲ୍କା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏକ ପିକ୍ଅପ୍ ଗାଡ଼ି ଏବଂ କ୍ୟାଣ୍ଟର ମଧ୍ୟରେ ଭୀଷଣ ଧକ୍କା ହେବାରୁ ଏପରି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ପ୍ରାୟ ୧୫ ଜଣ ୱେଟର କୌଣସି କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ଫିରୋଜପୁରରୁ ଏକ ପିକଅପ୍ ଗାଡ଼ିରେ ଜଲାଲାବାଦ ଯାଉଥିଲେ । ହେଲେ ଗୋଲୁକା ମୋଡ଼ ନିକଟରେ ରାସ୍ତା ପାର୍ଶ୍ୱରେ ଥିବା ଏକ ଭଙ୍ଗା କ୍ୟାଣ୍ଟର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ଖବର ପାଇ ସ୍ଥାନୀୟ ପୋଲିସ ଓ ସଡ଼କ ସୁରକ୍ଷା ଟିମ୍ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ । ତେବେ ଏପର୍ୟ୍ୟନ୍ତ ମୃତକଙ୍କ କୌଣସି ପରିଚୟ ମିଳି ପାରି ନ ଥିବା ଡିଏସପି ସତନାମ ସିଂହ କହିଛନ୍ତି ।
କ୍ୟାଣ୍ଟରକୁ ପିଟିଲା ପିକଅପ ଭ୍ୟାନ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











