ଭୁବନେଶ୍ୱର : ଦିନକୁ ଦିନ ଖସୁଛି ପାରଦ । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା । ଜି,ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ । ସେମିଳିଗୁଡା ୭.୪, ଦାରିଙ୍ଗବାଡି ୮, ଫୁଲବାଣୀ ୯ ଡିଗ୍ରୀ ରେକର୍ଡ । ଟ୍ୱିନ ସିଟିରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ । ରାତି ବଡ଼ିଲେ ଜାଡକୁ ଶୀତ ବଢ଼ିବାରେ ଲାଗୁଛି। ଦିନରେ ଥଣ୍ଡାର ପ୍ରକୋପ ଅନୁଭବ ହେଉଥିବା ବେଳେ ରାତିରେ ଏହା ଆହୁରି ବୃଦ୍ଧି ପାଇ ବିନା ଗରମ ପୋଷାକ ହେଉ କି ବିନା ନିଆଁରେ ରହିବା କଷ୍ଟ ହୋଇପଡିଛି। ଗରିବ ଲୋକ ପ୍ରବଳ ଶୀତ ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ସହରରେ ଆଜିର ତାପମାତ୍ରା ୫.୮ଡିଗ୍ରୀ ରେକର୍ଡ କରାଯାଇଥିବା ସ୍ଥାନୀୟ ଏଏମଏଫୟୁ ସେଣ୍ଟର ପକ୍ଷରୁ ସୂଚନା ମିଳିଛି। ସହରର ତାପମାତ୍ରା ଠାରୁ ଦୁର୍ଗମ ଜଙ୍ଗଲ ପାହାଡ଼ ଘେରା ଅଞ୍ଚଳରେ ଆହୁରି କମ ତାପମାତ୍ରା ରହୁଥିବା ଅନୁମାନ କରିହେଉଛି। ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ହୋଇଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ ପ୍ରବଳ ଥଣ୍ଡା ହେବା ବି ଅନୁମାନ କରାଯାଉଛି। ଦିନକୁ ଦିନ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି।
ଖସୁଛି ପାରଦ ; ୧୨ ଡିଗ୍ରୀ ତଳେ ୧୩ ସହର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











