The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଖୋଲିବ ରତ୍ନଭଣ୍ଡାର , ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ସ୍ଥାନାନ୍ତର ହେବ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ । ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମକୁ ସ୍ଥାନାନ୍ତର କରାଯିବ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଏସଓପି ଅନୁସାରେ ଖୋଲିବ ରତ୍ନଭଣ୍ଡାର । ଦିନ ୧ଟାରୁ ଆରମ୍ଭ ହେବ ସ୍ଥାନାନ୍ତରଣ ପ୍ରକ୍ରିୟା । ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ, ଅବଢା ମିଳିବ । ରାଜ୍ୟସରକାର ଧାର୍ୟ୍ୟ କରିଥିବା ଏସଓପି ମାଧ୍ୟମରେ ଦିନ ଗୋଟାଏରୁ ଏହି କାର୍ୟ୍ୟ କରାଯିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା ନଉପୁଯିବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରିଛି । ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଭକ୍ତମାନେ ମହାପ୍ରସାଦ ପାଇବାରେ କୌଣସି ସମସ୍ୟା ହେବନି । ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପାଇଁ ଶ୍ରଦ୍ଧାଳୁମାନେ ସିଂହଦ୍ବାରରେ ପ୍ରବେଶ କରି ଉତ୍ତର ଦ୍ବାରରେ ପ୍ରସ୍ଥାନ କରିପାରିବେ। ଗତ ଜୁଲାଇ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ୧୧ଜଣିଆ ପ୍ରତିନିଧି ଦଳ ଭିତରକୁ ଯାଇଥିଲେ ହେଁ ସିନ୍ଦୁକ ଓ ଆଲମିରା ଖୋଲିନଥିଲେ। ତେଣୁ ଜୁଲାଇ ୧୮ ତାରିଖରେ ପୁନର୍ବାର ଭିତର ରତ୍ନଭଣ୍ଡାର ଖୋଲାଯାଇ ୩ଟି ସିନ୍ଦୁକ ଓ ୪ଟି ଆଲମାରିରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଥିଲା। ଏହା ମଧ୍ୟରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ରତ୍ନଭଣ୍ଡାରର ଅଳଙ୍କାର ଖଟଶେଜ ଘର ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇ ସୁରକ୍ଷାବଳୟ ମଧ୍ୟରେ ରଖାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login