ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଖୋଲିଲା ବାବା କେଦାରନାଥଙ୍କ କବାଟ । ବାବା କେଦାରନାଥଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । ପ୍ରତିବର୍ଷ ଶୀତଦିନେ ପ୍ରବଳ ତୁଷାରପାତ ହେତୁ, ମନ୍ଦିରର ଦ୍ୱାର ବନ୍ଦ ହୋଇଯାଏ ଏବଂ ପବିତ୍ର ଅକ୍ଷୟ ତୃତୀୟାର ଶୁଭ ମୁହୂର୍ତ୍ତ ଦେଖିବା ପରେ ଏହାକୁ ଖୋଲାଯାଏ । ଏହି ସମୟରେ ହର ହର ମହାଦେବ ଧ୍ବନିରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦେବଙ୍କ ବନ୍ଦନା କରିବା ସହ ଏହି ଅଦ୍ଭୁଦ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ । ଦ୍ବାର ଖୋଲିବାର କିଛି ସମୟ ପରେ ବାବାଙ୍କ ଦର୍ଶନ କରିଥିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ । କପାଟ ଉଦଘାଟନ ପାଇଁ ମନ୍ଦିରକୁ ୧୦୮ କ୍ବିଣ୍ଟାଲ ଫୁଲରେ ସଜା ଯାଇଥିଲା । ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ଏବଂ ପୋଲିସ ସହ ସୁରକ୍ଷା ବଳ ଉପସ୍ଥିତ ଥିଲେ ।
Views: 25