The Ultimate Managed Hosting Platform
ADVERTISEMENT

ଗଭୀର ଅବପାତ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ଏହା ଉତ୍ତର- ପଶ୍ଚିମ ଦିଗରେ ଗତି କରିବା ସହ ଅବପାତର ରୂପ ନେଇ ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ଯାଏ ରହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୬୬ କିମି ଯାଏ ରହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ବାତ୍ୟାର ପ୍ରଭାବ ସିଧାସଳଖ ଭାବେ ଓଡ଼ିଶାରେ ନଥିବା ବେଳେ ବାୟୁର ଦିଗ ପରିବର୍ତ୍ତନକୁ ନେଇ ସମୁଦ୍ର ମଧ୍ୟରୁ ସ୍ଥଳଭାଗକୁ ଆର୍ଦ୍ର ବାୟୁ ପ୍ରବେଶ କରୁଛି । ଆଜି ଓ ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ୩୦ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି।
ଫଳରେ ଆର୍ଦ୍ରତାର ମାତ୍ରା ଅଧିକା ରହୁଛି । ମାତ୍ରାଧିକ ଆର୍ଦ୍ରତା ଯୋଗୁଁ ଓଡ଼ିଶାରେ ପାଗ ମେଘୁଆ ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login