The Ultimate Managed Hosting Platform
ADVERTISEMENT

ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

Facebook
Twitter
LinkedIn

ନୟାଗଡ଼: ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ । ବିଳମ୍ବିତ ରେ ନିଆଁ ଲାଗିଥିବା ଅନୁମାନ । ନିଆଁ ଲିଭାଇବାରେ ୪ଟି ଦମକଳ ଏବଂ ୩୦ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ । ସୋରୁମର ଆକାର ବଡ ହୋଇଥିବାରୁ ଏବଂ ଭିତରୁ ଧୁଆଁ ଯୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା । ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ମାଲିକଙ୍କ ସୂଚନା । ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ । ସବୁଦିନପରି ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ ।
ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ । ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା । ଏପରିକି ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନଘର ଭାଙ୍ଗିବାକୁ ପଡିଥିଲା । ନିଆଁ କିପରି ଲାଗିଲା ସେ ସମ୍ପର୍କରେ ପରେ ଜଣାପଡିବ ବୋଲି ଫାୟାର ଅଫିସର୍ କହିଥିବାବେଳେ ସିଲିଙ୍ଗରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ଦୋକାନ ମାଲିକ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login