ଭୁବନେଶ୍ୱର : ଗିରଫ ହେଲେ କନିଷ୍ଠ କିରାଣୀ । ସୋମବାର ଲାଞ୍ଚ ନେଉଥିବା ବେଳେ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ । ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଯାନୀ କରି ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ତାଙ୍କ କାର୍ୟ୍ୟାଳୟରୁ ୧୫ଲକ୍ଷ ୮ହଜାର ୫୫୦ଟଙ୍କା ଜବତ କରାଯାଇଛି । ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ସବପ୍ଲଟ ରେଜିଷ୍ଟ୍ରି ସେଲ ଡିଡ୍ କରିବାକୁ ୨୦ ହଜାର ଟଙ୍କା ଦାବି କରିଥିଲେ ଦେବଜାନୀ । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ । ସୋମବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ । ପରେ ତାଙ୍କ ଓଲଡ୍ ଟାଉନସ୍ଥିତ ବାସଭବନ ଓ ଅଫିସରେ ଏକକାଳୀନ ସର୍ଚ୍ଚ ହୋଇଥିଲା ।
Views: 64











