The Ultimate Managed Hosting Platform
ADVERTISEMENT

ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କୋର୍ଟରେ ହାଜର କରିବ ପୋଲିସ୍‌

Facebook
Twitter
LinkedIn

ଭୁବନେଶ୍ୱର : ଗିରଫ ହେଲେ ବିଧାୟକ । ଚଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହେଲେ ଗିରଫ । ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଲୋକଙ୍କ ଉପରେ ଗାଡ଼ି ଚଢ଼େଇ ଦେବା ମାମଲାରେ ପୋଲିସ୍ ଗିରଫ କରିଛି । ଏବେ ଭୁବନେଶ୍ୱର କୋର୍ଟରେ ପ୍ରଶାନ୍ତଙ୍କୁ ହାଜର କରିବ ପୋଲିସ୍ । ତେବେ ତାଙ୍କ ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ସକାଳେ ଏଭଳି କିଛି ଘଟଣା ଘଟିଥିଲା । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଘାତିଆ ଛେଚିଲେ ଏବଂ ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ। ଘଟଣାରେ ୨୩ ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଥିଲା । ବିଜେଡି, ବିଜେପି ଏବଂ କଂଗ୍ରେସ ଏହି ଘଟଣାକୁ ଘୋର ନିନ୍ଦା କରିଥିଲେ । ଆଇନ ଅନୁସାରେ କାର‌୍ୟ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି । ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଥିଲା।

ସୂଚନା ଅନୁଯାୟୀ, ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ମଧ୍ୟ ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଏପରି ଘଟଣା ପରେ ଆକ୍ରୋଶର ଶିକାର ହୋଇଥିଲେ ବିଧାୟକ । ଉତ୍ୟକ୍ତଲୋକ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗାଡିରୁ ଟାଣି ଆଣି ଆକ୍ରମଣ କରିଥିଲେ । ଏପରିକି ତାଙ୍କ ଗାଡିକୁ ମଧ୍ୟ ଉତ୍ୟକ୍ତ ଲୋକ ଓଲଟାଇ ଦେଇଥିଲେ । ଲୋକଙ୍କ ଆକ୍ରମଣରେ ବିଧାୟକ ଲହୁଲୁହାଣ ହୋଇଥିଲେ । ତେବେ ସମର୍ଥକମାନେ ବିଧାୟକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିଲା । ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ କରି ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login