ବରେଲି : ଗୁଗୁଲ୍ ମ୍ୟାପ୍କୁ ବିଶ୍ବାସ କରି ଚାଲିଯାଇଛି ୩ ଜଣଙ୍କ ଜୀବନ। ଉତ୍ତର ପ୍ରଦେଶର ବରେଲି ଜିଲ୍ଲାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସେମାନେ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କ ଗୁଗୁଲ୍ ମ୍ୟାପ୍ ତାଙ୍କୁ ଏକ ନିର୍ମାଣାଧୀନ ପୋଲ ଉପରେ ରାସ୍ତା ଦେଖାଇଥିଲା। ସେମାନେ ସେହି ପଟରେ ଗାଡ଼ି ନେଇ ଯାଉଥିବା ବେଳେ ଶେଷରେ ସେହି ଅଧା ଖଣ୍ଡିଆ ପୋଲ ଉପରୁ ତଳକୁ ଖସି ପଡ଼ିଥିଲେ। ତେବେ ଏହି ଦୁର୍ଘଟଣାରେ ୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି ବୋଲି ପୁଲିସ୍ କହିଛି। ଏହି ଘଟଣା ହେଉଛି ଶନିବାର ଦିନର। ପୀଡିତଙ୍କ ମଧ୍ୟରୁ ଦୁଇଜଣ ବିବେକ ଏବଂ ଅମିତ ଗୁରୁଗ୍ରାମରୁ ଯାତ୍ରା ଆରମ୍ଭ କରି ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ବରେଲି ଅଭିମୁଖେ ଯାଉଥିଲେ। ସେମାନେ ରାସ୍ତା ଜାଣିନଥିବାରୁ ଗୁଗୁଲ୍ ମ୍ୟାପ୍ ଉପରେ ନିର୍ଭର କରୁଥିଲେ। ଯେଉଁଠାରେ ସେମାନଙ୍କର ଜିପିଏସ୍ ସେମାନଙ୍କୁ ଏକ ଖଣ୍ଡିଆ ଫ୍ଲାଏଓଭରକୁ ନେଇଗଲା। କାରଟି ବ୍ରିଜ ଉପରେ ଯାତ୍ରା କରୁଥିବା ବେଳେ ୫୦ ଫୁଟ ଉଚ୍ଚରୁ ରାମଗଙ୍ଗା, ଏକ ଗଭୀର ନଦୀକୁ ଖସି ପଡ଼ିଥିଲା। ପରଦିନ ସକାଳେ ସ୍ଥାନୀୟ ଲୋକମାନେ କ୍ଷତିଗ୍ରସ୍ତ କାର ଏବଂ ମୃତ ତିନି ଜଣଙ୍କୁ ପାଇଥିଲେ। ସେମାନେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।
ଗୁଗୁଲ ମ୍ୟାପ ଦେଖାଇଲା ଭୁଲ ବାଟ , ପୋଲ ତଳକୁ ଖସିଲା କାର । ୩ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











