ନୂଆଦିଲ୍ଲୀ : ଗୁଜୁରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତ । ୨ ଦିନରେ ୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ରାଜରାସ୍ତାଠାରୁ ଆରମ୍ଭ କରି କାର୍ୟ୍ୟାଳୟ ସବୁଆଡ଼େ ଜଳ ପଳୟର ଭୟଙ୍କର ସ୍ଥିତି ଉପୁଜିଛି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି କି, ଆଗାମୀ ୫ ଦିନ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଯାହାକୁ ନେଇ ଏବେ ଚିନ୍ତା ବଢ଼ିଛି । ପ୍ରଶାସନ ପକ୍ଷରୁ ଲୋକଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବାବେଳେ ଏବେ ମଧ୍ୟ ଅନେକ ଲୋକ ଜଳବନ୍ଦୀରେ ରହିଛନ୍ତି । ସୌରାଷ୍ଟ୍ର ଅଞ୍ଚଳର ବହୁ ଜିଲ୍ଲାରେ ସ୍ଥିତି ସାଂଘାତିକ। ରିଲିଫ ଓ ଉଦ୍ଧାର କାମରେ ନିୟୋଜିତ ହୋଇଛନ୍ତି ଆର୍ମି ଓ ଏନଡିଆରଏଫ୍। ତେବେ ଆଜିଠାରୁ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବାରୁ ଆଶ୍ଵସ୍ତି ପ୍ରକାଶ ପାଇଛି। ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି ପ୍ରତିଶୃତି ଦେଇଛନ୍ତି। ଦ୍ଵାରକା, ଆନନ୍ଦ, ବଡ଼ୋଦରା, ଖେଦା, ମୋରବି, ରାଜକୋଟ ଜିଲ୍ଲାରେ ମୁତୟନ ପାଇଁ ଆହୁରି ଅଧିକ ୬ କଲମ୍ ସେନା ମାଗିଛନ୍ତି ଗୁଜରାଟ ସରକାର। ୧୪ ପ୍ଲାଟୁନ ଏନଡିଆରଏଫ୍ ଓ ୨୨ ପ୍ଲାଟୁନ ଏସଡିଆରଏଫ୍ ରିଲିଫ ଓ ଉଦ୍ଧାର କାମରେ ଲାଗିଛନ୍ତି। ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।
ଗୁଜୁରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି,୨୯ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











