ଭୁବନେଶ୍ୱର : ଆସିଲା ଗୃହ ବିଭାଗର ଶ୍ୱେତପତ୍ର । ଚିନ୍ତା ବଢାଇଛି ଶ୍ୱେତପତ୍ର । ରାଜ୍ୟରେ ଦୁଷ୍କର୍ମ ମାମଲା ଉପରମୁହାଁ । ୨୦୨୪ରେ ମୋଟ୍ ଆପରାଧିକ ମାମଲା ୨ ଲକ୍ଷ ଟପିଛି । ୨୦୨୩ରେ ଏହି ସଂଖ୍ୟା ୧ ଲକ୍ଷ ୯୯ ହଜାର ଥିଲା ବେଳେ ୨୦୨୪ରେ ରୁଜୁ ହୋଇଥିବା ଧର୍ତ୍ତବ୍ୟ ଅପରାଧ ମାମଲା ସଂଖ୍ୟା ୨ ଲକ୍ଷ ୧୪ ହଜାର ୧୧୩ ହୋଇଛି । ଏହା ମଧ୍ୟରୁ ୧,୩୯,୦୦୧ ମାମଲାରେ ଚାର୍ଜସିଟ୍ ଦାଖଲ କରାଯାଇଛି । ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଶ୍ବେତପତ୍ରରେ ତଥ୍ୟ ଦିଆଯାଇଛି ଯେ ସାଇବର୍ ଅପରାଧ ସଂଖ୍ୟା ପ୍ରତିବର୍ଷ ବଢ଼ୁଥିବାର ତଥ୍ୟ ଚିନ୍ତା ବଢ଼ାଇଦେଇଛି । ୨୦୨୩ରେ ସାଇବର୍ ଅପରାଧ ମାମଲା ୨୩୪୮ ଥିଲା ବେଳେ ୨୦୨୪ରେ ତାହା ୨୫୦୧ରେ ପହଞ୍ଚିଛି । ସେଥିରୁ ମାତ୍ର ୨୭୨ଟି ଅର୍ଥାତ୍ ୧୧% ମାମଲାରେ ଚାର୍ଜସିଟ୍ ହୋଇଛି। ୭୫୦ ଜଣ ଅଭିଯୁକ୍ତ ଏହି ଅପରାଧରେ ସଂପୃକ୍ତ ଥିଲା ବେଳେ ୫୮୧ ଜଣ ଅପରାଧୀଙ୍କୁ ରାଜ୍ୟ ଭିତରୁ ଓ ବାହାରୁ ଗିରଫ କରାଯାଇଛି । ରାଜ୍ୟରେ ମାଓବାଦୀଙ୍କ କାର୍ୟ୍ୟକଳାପ ଉଲ୍ଲେଖନୀୟ ଭାବେ ହ୍ରାସ ପାଇଛି ବୋଲି ଶ୍ବେତପତ୍ରରେ ଦର୍ଶାଯାଇଛି । ସାମାଜିକ ଗଣମାଧ୍ୟମରେ ଶିଶୁଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ୨୦୨୩ ତୁଳନାରେ ୨୦୨୪ରେ ପ୍ରାୟ ଦୁଇ ଗୁଣା ଭିଡିଓ ଭାଇରାଲ୍ ହୋଇଥିବା ନେଇ ମାମଲା ଆସିଛି । କିନ୍ତୁ ସମସ୍ତଙ୍କୁ ଏପର୍ୟ୍ୟନ୍ତ ନ୍ୟାୟ ମିଳିପାରିନି । ୨୦୨୪ ମସିହାରେ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମରେ ଶିଶୁ ଅଶ୍ଳୀଳତା, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ସମ୍ବନ୍ଧୀୟ ସାମଗ୍ରୀ ଅପଲୋଡ୍ ସଂଖ୍ୟା ବଢ଼ିଛି ।
ଗୃହ ବିଭାଗର ଶ୍ୱେତପତ୍ର: ରାଜ୍ୟରେ ଉପରମୁହାଁ ଦୁଷ୍କର୍ମ ମାମଲା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











