ଭୁବନେଶ୍ୱର : କମିବ ତାତି । କାଳବୈଶାଖୀ ପ୍ରଭାବରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା । ବର୍ଷା ଘଡଘଡି ସହ କିଛି ସ୍ଥାନରେ କୁଆପଥର ସମ୍ଭାବନା । ପ୍ରଭାବରେ ଦିନ ତାପମାତ୍ରା କମିବା ସହ ତାତିରୁ ମିଳିବ ଆଶ୍ୱସ୍ତି । ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ହ୍ରାସ ସମ୍ଭାବନା । ସିଭିୟର ହିଟ୍ଓ୍ବେଭ୍ ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆଜି ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୟାଗଡ, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଏବଂ ନୂଆପଡାରେ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖରେ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
Views: 52