The Ultimate Managed Hosting Platform
ADVERTISEMENT

ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୃବୁର୍ତ୍ତ, ନିଆଁ ଦାଉରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ

Facebook
Twitter
LinkedIn

ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୃବୁର୍ତ୍ତ । ନିଆଁ ଦାଉରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ। ଅଗ୍ନିକାଣ୍ଡରେ ୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ନଷ୍ଟ ହୋଇଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ଦୃବୁର୍ତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିବା ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହି ଅଞ୍ଚଳର ସୁଦର୍ଶନ ଦାସ ନିଜ ୬ ଜଣ ପରିବାର ସହ ଘର ଭିତରେ ଶୋଇଥିଲେ । ବୁଧବାର ବିଳମ୍ବିତ ରାତିରେ ହଠାତ୍‌ ଘର ଗୁଡିକ ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା ।ଶୁଦର୍ଶନଙ୍କ ପରିବାର ଲୋକ ନିଆଁ ଦାଉରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ ବାହାରକୁ ଦୌଡ଼ିବାକୁ ଲାଗିଥିଲେ ।ତେବେ ଘର କବାଟ ବାହାର ପଟରୁ ତାଲା ଦିଆଯାଇଥିବାରୁ ଆଉ ବାହାରି ନପାରି ପଛପଟ ଝରକାକୁ ଭାଙ୍ଗି ସମସ୍ତ ପରିବାର ସୁରକ୍ଷିତ ଅବସ୍ଥାରେ ବାହାରିଥିଲେ । କିନ୍ତୁ ଅଗ୍ନିକାଣ୍ଡରେ ଘରେ ଗଛିତ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଆଉ ଆସବାବପତ୍ର ଜଳି ପୋଡି ଛାରଖାର ହୋଇଯାଇଛି । ପୂର୍ବଶତ୍ରୁତାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସୁଦର୍ଶନଙ୍କ ପରିବାର ଲୋକ । ଏନେଇ ଭଦ୍ରକ ସହରାଞ୍ଚଳ ଥାନାରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login