ଦଶପଲ୍ଲା : ଘରେ ପଶି ଦମ୍ପତିଙ୍କୁ ମରାଣାନ୍ତକ ଆକ୍ରମଣ କରି ଲୁଟ । ଦଶପଲ୍ଲା ଥାନା ସିମିଳିସାହିରେ ଘରେ ପଶି ଦୁର୍ବୁତ୍ତଙ୍କ ଆତଙ୍କରାଜ । ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଲେ ୪ ଦୁର୍ବୁତ୍ତ । ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ଦଶପଲ୍ଲା ମେଡିକାଲରେ ଭତ୍ତି ର୍ା ସୂଚନା ଅନୁସାରେ ଦଶପଲ୍ଲା ଥାନା ସିମିଳି ସାହି ଗ୍ରାମର ପ୍ରମୋଦ ପ୍ରଧାନଙ୍କ ଘରେ ସମସ୍ତ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଘର ପଛପଟ କବାଟ ଭାଙ୍ଗି ଘର ଭିତକୁ ପଶିଥିଲେ ଦୁର୍ବୃତ୍ତା ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଅନେକ ଗୁରୁତତ୍ୱପୂର୍ଣ୍ଣ ଆସବାପତ୍ର ଲୁଟିନେଇ ଯାଉଥିବା ବେଳେ ହଠାତ୍ ଚୋରଙ୍କ ଶବ୍ଦ ଶୁଣି ଘର ମାଲିକ ପ୍ରମୋଦ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଟିକିନା ପ୍ରଧାନ ନିଦରୁ ଉଠି ପଡିଥିଲେ । ରାତି ଅଧରେ ଆଖ୍ ଆଗରେ କିଛି ଦୁର୍ବୃତ୍ତଙ୍କୁ ଦେଖ୍ ସେମାନେ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲୋ ଫଳରେ ଦୁର୍ବୃତ୍ତମାନେ ସେମାନଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ ଏବଂ ସମସ୍ତ ସୁନା ଗହଣା ଧରି ଚମ୍ପଟ ମାରିଥିଲେ । ଦମ୍ପତିଙ୍କ ଚିତ୍କାର ଶୁଣି ପଡୋଶୀ ଲୋକେ ଉଭୟ ସ୍ଵାମୀ ସ୍ତ୍ରୀଙ୍କୁ ରକ୍ତ ଯୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଖବର ପାଇ ଦଶପଲ୍ଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...