The Ultimate Managed Hosting Platform
ADVERTISEMENT

ଘର ପଛ ପଟୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

Facebook
Twitter
LinkedIn

ପାଟଣା : ଯୁବକଙ୍କ ମୃତଦେହ ଉଦ୍ଧାର । ଘର ପଛ ପଟ ଗଛରୁ ଯୁବକଙ୍କ ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାନଜାମୁପଶି ଗାଁରେ । ମୃତକଙ୍କ ନାମ ରାଜକିଶୋର ମୁଣ୍ଡା ବୋଲି ଜଣାପଡିଛି । ବୁଧବାର ସକାଳ ସମୟରେ ଘରର ପଛପଟେ ଥିବା ଏକ ଗଛରେ ରାଜକିଶୋରଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।ତେବେ ରାଜକିଶୋର ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଅନ୍ୟ କୌଣସି କାରଣ , ସେନେଇ ଛାନ୍‌ଭିନ୍ ଚାଲିଛି । ଯଦି ରାଜକିଶୋର ଆତ୍ମହତ୍ୟା କରିଛନ୍ତି । ତେବେ ଏହି ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ ।

ଏପିରିକି ଘଟଣାର ତଦନ୍ତ ପାଇଁ ଆବଶ୍ୟକ ହେଲେ ପୋଲିସ, ସାଇଣ୍ଟିଫିକ୍ ଟିମ୍ ସହଯୋଗ ନେବାର ସୂଚନା ମିଳିଛି । ଏପିରିକି କେହି କେହି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ଝାଡଖଣ୍ଡ : ଝାଡ଼ଖଣ୍ଡ ସରକାରଙ୍କ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ ଗୁରୁତର ଆହତ । ଗତକାଲି ରାତିରେ ବାସଭବନରେ ମନ୍ତ୍ରୀ ବାଥରୁମରେ ପଡିଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ...

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ...

Login