The Ultimate Managed Hosting Platform
ADVERTISEMENT

ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର

Facebook
Twitter
LinkedIn

ଯାଜପୁର : ପୁଣି ଯୌତୁକ ନିର୍ୟାତନା ଅଭିଯୋଗ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ବାପ ଘର ଲୋକ । ଅଭିଯୋଗ ପରେ ମୃତ ମହିଳାଙ୍କ ସ୍ୱାମୀ ସମେତ ଅନ୍ୟ ୨ଜଣଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାଦ ଥାନା ବେଗା ଗାଁର ମହିଳା ଜଣଙ୍କ ବ୍ରହ୍ମବରଦା ଥାନା ରାଏପଡା ଗାଁରେ ବିବାହ କରିଥିଲେ । ବିବାହ ପରେ ଯୌତୁକ ପାଇଁ ତାଙ୍କୁ ଶାଶୂଘର ଲୋକେ ନିର୍ୟାତନା ଦେଉଥିବା ଅଭିଯୋଗ ହୋଇଥିଲା । ଅନେକ ସମୟରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କଳି ଝଗଡା ଲାଗି ରହୁଥିଲା। ଗତକାଲି ଉଭୟଙ୍କ ମଧ୍ୟରେ ଝଗଡା ହେବା ପରେ ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ମୃତ ମହିଳାଙ୍କ ସ୍ୱାମୀ ଜଗନ୍ନାଥ ଓ ତାଙ୍କ ଭଉଣୀ, ଭଣଜାକୁ ଥାନାରେ ଅଟକ ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login